ଜୁଆ ଖେଳ ପାଇଁ ବହୁ ପରିବାର ସର୍ବସ୍ୱାନ୍ତ।

ଜୁଆ ଖେଳ ପାଇଁ ବହୁ ପରିବାର ସର୍ବସ୍ୱାନ୍ତ। ତା୧୫/୦୯/୨୦୨୬, ମଙ୍ଗଳବାର, ଢେଙ୍କାନାଳ। ରିପୋର୍ଟ ବିଭୁ ପ୍ରସାଦ ଶତପଥୀ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କଙ୍କଡ଼ାହାଡ଼ ଓ ବାଟଗାଁ,ବନ୍ଦାଣିଆ,ବିରାଶାଳ ସାପ୍ତାହିକ ହାଟରେ ପ୍ରତ୍ୟହ ଜୁଆ ଖେଳ ହେଉଥିବାରୁ ସଂପୃକ୍ତ ଅଞ୍ଚଳ ତଥା ଆଖପାଖ ଗ୍ରାମର ବହୁ ପରିବାର ଏବେ ସର୍ବସ୍ୱାନ୍ତ ହୋଇ ପଡିଥିବାର ଅଭିଯୋଗ ହୋଇଛି। ବାଟଗାଁ,କଙ୍କଡ଼ାହାଡ଼ର ସାପ୍ତାହିକ ଶୁକ୍ରବାର ହାଟରେ ପ୍ରତ୍ୟେକ ପାଳିରେ ଜୁଆ ଖେଳ ହେଉଥିବା ବେଳେ ଏଠାକୁ କଙ୍କଡାହାଡ଼ ତଥା ଆଖପାଖ ଗ୍ରାମରୁ ବହୁ ଆଦିବାସୀ ଜୁଆଡ଼ି ଆସି ଜୁଆ ଖେଳି ସର୍ବସ୍ୱାନ୍ତ ହୋଇ ପଡିଲେଣି। ଥାନା ଠାରୁ ମାତ୍ର ଅଳ୍ପ ଦୂରରେ ଏହି ହାଟ ହେଉଥିବା ବେଳେ ହାଟ ମଧ୍ୟରେ ବେଧଡକ ଜୁଆ ଖେଳ ସାଧାରଣରେ ଚର୍ଚ୍ଚା ସୃଷ୍ଟି କରିଛି। ପୁଣି ବାଟଗାଁ ସାପ୍ତାହିକ ମଙ୍ଗଳବାର,ବନ୍ଦାଣିଆ ଓ ବିରାଶାଳ ବୁଧବାର ହାଟରେ ପ୍ରତ୍ୟହ ଜୁଆ ଖେଳ ଚାଲିଥିବାରୁ ଏହି ହାଟରେ ଆଦିବାସୀମାନେ ନିର୍ଭର କରି ନିଜର କାମଧନ୍ଦା ସାରି ଅପରାହ୍ନରେ ହାଟକୁ ଆସିଥାନ୍ତି। ନିଜର ସପ୍ତାହ ବ୍ୟାପି ଯାହା ରୋଜଗାର କରିଥାନ୍ତି ଏହି ହାଟକୁ ନିଜର ଘର ପାଇଁ ପରିବା,ଲୁଗାପଟା କିଣିବାକୁ ଆସି ଏହି ଜୁଆ ଖେଳରେ ଜୁଆ ଖେଳି ସର୍ବସ୍ୱାନ୍ତ ହୋଇ ସନ୍ଧ୍ୟାରେ ଘରକୁ ଫେରିଥାନ୍ତି। ଫଳରେ ଘରେ ଗଣ୍ଡଗୋଳର ସୂତ୍ରପାତ ଘଟିବାରେ ସ୍ଵାଭାବିକ ହୋଇଥାଏ। ଏତଦ୍ ବ୍ୟତୀତ ବିରାଶାଳ,ବନ୍ଦାଣିଆ,ଓଡ଼ିଶ,କଙ୍କଡ଼ାହାଡ଼ ଅଞ୍ଚଳ ଏକ ପ୍ରମୁଖ ଆଦିବାସୀ ଅଞ୍ଚଳ ହୋଇଥିବା ବେଳେ ସପ୍ତାହର ପ୍ରତ୍ୟେକ ଶୁକ୍ରବାର ଓ ମଙ୍ଗଳବାର ଏବଂ ବୁଧବାର ହାଟରେ ଜୁଆ ଖେଳ ହେଉଥିବାରୁ ବହୁ ଆଦିବାସୀ ପରିବାର ଏବେ ସର୍ବସ୍ୱାନ୍ତ ହୋଇ ପଡିଲେଣି। ଏଥିପ୍ରତି ସ୍ଥାନୀୟ ବିଧାୟକ ମହୋଦୟ ଓ ସ୍ଥାନୀୟ ଥାନା ଅଧିକାରୀ ଏଵଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏହି ଜୁଆ ପ୍ରତି ଗୁରୁତ୍ୱ ଦେଇ ତ୍ୱରନ୍ତ ପଦକ୍ଷେପ ନେବା ସକାଶେ ସେ ଅଞ୍ଚଳର ସଚେତନ ନାଗରିକ ମହଲରେ ଦାବି ହେଉଛି।

Sep 15, 2026 - 18:54
 0  7
ଜୁଆ ଖେଳ ପାଇଁ ବହୁ ପରିବାର ସର୍ବସ୍ୱାନ୍ତ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0