ଦେଶୀ ମଦ ସହିତ ମୋଟର ସାଇକେଲ ଜବତ, ଜଣେ ଗିରଫ,,

*ଦେଶୀ ମଦ ସହିତ ମୋଟର ସାଇକେଲ ଜବତ, ଜଣେ ଗିରଫ ।* ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ରାମପୁର କେନାଲ ଛକ ନିକଟରେ ଚଢ଼ାଉ କରାଯାଇ ୪୦ ଲିଟର ଦେଶୀ ରନ୍ଧା ମଦ ଏବଂ ଗୋଟିଏ ମୋଟର ସାଇକେଲ ଜବତ କରାଯିବା ସହିତ ଆଗରପଡ଼ା ଥାନା ଅନ୍ତର୍ଗତ ବଡ଼ସନ୍ଦାଡ଼ ଗ୍ରାମର ସନ୍ତୋଷ ରାଉତ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜବତ ହୋଇଥିବା ଦେଶୀ ରନ୍ଧା ମଦ ଓ ମୋଟର ସାଇକେଲର ଆନୁମାନିକ ମୂଲ୍ୟ ୭୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୧ ଗୋଟି ମାମଲା ରୁଜ୍ଜୁ କରାଯାଇଛି । ସିମୁଳିଆ ରୁ ସମିର ସାହୁଙ୍କ ରିପୋର୍ଟ ଓମ୍ ମିଡିଆ

Mar 13, 2026 - 22:23
 0  24
ଦେଶୀ ମଦ ସହିତ ମୋଟର ସାଇକେଲ ଜବତ, ଜଣେ ଗିରଫ,,

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0