ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର । -------------------------------------- ଯାଜପୁର , ତା ୦୪.୦୫.୨୦୨୬ ରିଖ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୧୯୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୫୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୫ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୪୧ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୫୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ,ଉପଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ମାଝୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ଶ୍ରୀ ବ୍ରହ୍ମାନନ୍ଦ ବେହେରା, ତହସିଲଦାର, ଯାଜପୁର ଶ୍ରୀ ରବି ନାରାୟଣ ପାଢ଼ୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ବିଜୟ କୁମାର ମିଶ୍ର, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ବିଂଝାରପୁର ବ୍ଲକର ଜଣେ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଏକ ହ୍ୱିଲ ଚେୟାର ପ୍ରଦାନ କରାଯାଇଥିଲା। ଯାଜପୁର ସରୋଜ କୁମାର ଧଳ ଙ୍କ ରିପୋର୍ଟ ଓମ ମିଡ଼ିଆ,

May 4, 2026 - 22:01
 0  6
ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0