ଅଟୋ ଓଲଟି ଜଣେ ମହିଳାଙ୍କ ମୁର୍ତ୍ୟୁ ୩ ଆହତ,,

ଅଟୋ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩ ଆହତ ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅଞ୍ଚଳରେ ଘଟିଛି ମର୍ମଦୁନ୍ତ ସଡ଼କ ଦୁର୍ଘଟଣା। ରାଣୀତାଲ-ବାଲିଖଣ୍ଡ ମୁଖ୍ୟ ରାସ୍ତାର ଗୁବରଗଡ଼ି ଛକ ନିକଟରେ ଅଟୋ ଓଲଟି ପଡ଼ିବାରୁ ଏହି ଅଘଟଣ ଘଟିଛି। ସୂଚନା ଅନୁଯାୟୀ, ଅଟୋଟି ବାଲିଖଣ୍ଡରୁ ଭଦ୍ରକ ଅଭିମୁଖେ କିଛି ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ହଠାତ୍ ଚାଳକ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଅଟୋଟି ରାସ୍ତା ଉପରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ପରିଚୟ ବାଲିଖଣ୍ଡ ପେଡାସାହିର ବୋଲି ପ୍ରାଥମିକ ଭାବେ ଜଣାପଡ଼ିଛି। ଆହତମାନଙ୍କୁ ତୁରନ୍ତ ଭଦ୍ରକ ଜିଲ୍ଲା ଚିକିତ୍ସାଳୟକୁ ପଠାଯାଇଥିବା ବେଳେ ସେମାନଙ୍କର ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଘଟଣା ସମ୍ପର୍କରେ ଖବର ପାଇ ସିମୁଳିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସିମୁଳିଆ ରୁ ସମିର ସାହୁଙ୍କ ରିପୋର୍ଟ ଓମ୍ ମିଡିଆ

Mar 27, 2026 - 20:14
 0  24
ଅଟୋ ଓଲଟି ଜଣେ ମହିଳାଙ୍କ ମୁର୍ତ୍ୟୁ ୩ ଆହତ,,

What's Your Reaction?

Like Like 1
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0