ଦେଶୀ ରନ୍ଧା ମଦ ଜବତ, ୨ଗିରଫ,,

*ଦେଶୀ ରନ୍ଧା ମଦ ଜବତ, ୦୨ ଗିରଫ ।* ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ନଟାପଡ଼ା ଓ ସିମୁଳିଆ ଥାନା ଅନ୍ତର୍ଗତ ମମିନାବାଦ ଗ୍ରାମରେ ଚଢ଼ାଉ କରାଯାଇ ୬୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯିବା ସହିତ ନଟାପଡ଼ା ଗ୍ରାମର ଗଣେଶ ବେହେରା ଓ ମମିନାବାଦ ଗ୍ରାମର ପ୍ରହଲ୍ଲାଦ ମଲ୍ଲିକ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୨୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୨ ଗୋଟି ମାମଲା ରୁଜ୍ଜୁ କରାଯାଇଛି ସିମୁଳିଆ ରୁ ସମିର ସାହୁଙ୍କ ରିପୋର୍ଟ ଓମ୍ ମିଡିଆ

Apr 5, 2026 - 20:15
 0  13
ଦେଶୀ ରନ୍ଧା ମଦ ଜବତ, ୨ଗିରଫ,,

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0